ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କଲେ ସରକାର
ଭୁବନେଶ୍ବର : ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଏହାର ମୁକାବିଲା ଓ ଲୋକଙ୍କର ସହାୟତା ପାଇଁ ଆଗେଇ ଆସିଛନ୍ତି କରୋନା ଯୋଦ୍ଧା । ସେମାନଙ୍କ ମଧ୍ୟରେ ଅଙ୍ଗନବାଡି ଓ ଆଶାକର୍ମୀ ଅନ୍ୟତମ । ତେବେ ରାଜ୍ୟ ସରକାର ଅଙ୍ଗନବାଡି ଓ ଆଶାକର୍ମୀଙ୍କ ପରିବାରକୁ ଆଶ୍ୱାସନା ଦେବା ସହ ସେମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ।
କୋଭିଡ଼ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ସରକାର ବଡ଼ ଘୋଷଣା କରିଛନ୍ତି । ଡ୍ୟୁଟିି ରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ , ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ । ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୭ , ୫୦୦ ଟଙ୍କା ଓ ମୃତ ଆଶା କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୫ ହଜାର ଟଙ୍କା ମିଳିବ ।