ରାଜ୍ୟରେ କରୋନାରେ ଗଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ବର , (ଓଡିଶା ଟାଇମ୍) : କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୃତକ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟି ସାରିଲାଣି।

ଅନ୍ୟପକ୍ଷରେ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *