ଆଜିଠୁ ସାରା ରାଜ୍ୟରେ ଗଡିବ ବସ୍

ଭୁବନେଶ୍ବର, (ଓଡିଶା ଟାଇମ୍): ସୋମବାରଠୁ ସାରା ରାଜ୍ୟରେ ଗଡିବ ବସ୍। ନିଖିଳ ଓଡ଼ିଶା ବସ୍ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ୧୦ଦଫା ଦାବିକୁ ରାଜ୍ୟ ସରକାର ଗ୍ରହଣ କରିନେଇଥିବାରୁ ଆଜିଠୁ ବସ୍ ଚଳାଳଚ ସ୍ବାଭାବିକ କରିବାକୁ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି।

ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ବସ୍ ଚଳାଚଳ କରିବ। ପ୍ରତି ବସ୍ ରେ ଯେତିକି ସିଟ୍ ସେତିକି ଯାତ୍ରୀ ଯିବେ। ବିନା ମାସ୍କରେ କାହାକୁ ନିଆଯିବନି। ବସ୍ କୁ ପ୍ରତିଦିନ ବିଶୋଧନ କରାଯିବ। ୧୬ଟି ରୁଟ୍ ରେ ଚଳାଚଳ କରିବ ବସ୍ । ପ୍ରଥମ ପର୍ଯ୍ୟାୟରେ ୮୯ ଟି ବସ ଚାଳାଚଳ ପାଇଁ ନିସ୍ପତ୍ତି ନେଇଛି କ୍ରୁଟ୍ । ଶନିବାର ଦିନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ବସ୍ ମାଲିକ ସଂଘର ସମସ୍ତ ଦାବି ଉପରେ ଆଲୋଚନା ହେବା ପରେ ଏହାକୁ ଧୀରେ ଧୀରେ ପୂରଣ କରିବାକୁ ରାଜ୍ୟ ସରକାର ସମୟ ନେଇଛନ୍ତି। ଏହାପରେ ବସ୍ ମାଲିକ ସଂଘ ବସ୍ ଚଳାଇବାକୁ ରାଜି ହୋଇଛି।

ସେହିପରି ବାହାର ରାଜ୍ୟକୁ ଗାଡ଼ି ଚଳାଚଳ କରିବାକୁ ଅନୁମତି ଦେବାକୁ ରାଜ୍ୟ ସରକାର ରାଜି ହୋଇଛନ୍ତି। ସେପଟେ ରାଜଧାନୀରେ ଆଜିଠୁ ପୁଣି ଆରମ୍ଭ ହେବ “ମୋ ବସ” ସେବା। ଦୁଇ ମାସ ପରେ ରାଜଧାନୀର ରାସ୍ତାରେ ଗଡ଼ିବ ବସ୍ । ପ୍ରଥମ ପର୍ଯ୍ୟାୟରେ ୮୯ ଟି ବସ୍ ଚାଲିବା ପାଇଁ ନିଷ୍ପତ୍ତି ହୋଇଛି ।

Leave a Reply

Your email address will not be published. Required fields are marked *