ଦୁର୍ନୀତିଗ୍ରସ୍ତଙ୍କ ଚାକିରୀ ଗଲା : ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, (ଓଡିଶା ଟାଇମ୍): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ରହିଛନ୍ତି । ସମସ୍ତଙ୍କ ନାଁରେ ଦୁର୍ନୀତି ଅଭିଯୋଗ ରହିଛି ।

ଅନୁଗୋଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗସ କରାଯାଇଛି । ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୁଳ ମଲ୍ଲିକଙ୍କ ନାଁରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗସ କରାଯାଇଛି।

ସେହିଭଳି ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଏହା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗସ ମଧ୍ୟ ରହିଛି । ସେହିପରି ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା ।

Leave a Reply

Your email address will not be published. Required fields are marked *