୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩ ହଜାରରୁ ଅଧିକ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪୨୨ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୩୨୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୪୨୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୯ଲକ୍ଷ ୩୫ ହଜାର ୨୨୧ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୮ ହଜାର ୧୩୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୮ ଲକ୍ଷ ୪୪ ହଜାର ୧୯୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୦୨୮୮୭।