୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୫୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୬୯ହଜାର ୯୫୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୮ ହଜାର ୩୦୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୧ ଲକ୍ଷ ୩୯ହଜାର ୪୫୭ରେ ପହଁଚିଛି। ଏବେ ଦେଶରେ ୪୦୨୧୮୮ଟି ସକ୍ରିୟ ମାମଲା ରହିଛି ।

Leave a Reply

Your email address will not be published. Required fields are marked *