୨୪ ଘଣ୍ଟାରେ ବାହାରିଲେ ୨୫ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫,୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୭୪ ହଜାର ୭୭୩ରେ ପହଞ୍ଚିଛି । ସେହିପରି ମୋଟ ଆକ୍ଟିଭ କେସ ରହିଛି ୩ ଲକ୍ଷ ୧୯ ହଜାର ୫୫୧ ।

Leave a Reply

Your email address will not be published. Required fields are marked *