ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେଧିରେ କମୁଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୭୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୧୭୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୬ ଲକ୍ଷ ୯୭ ହଜାର ୫୮୧ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୩୭୩ରେ ପହଞ୍ଚିଛି। ଏବେ ଦେଶରେ ୨୯୨୨୦୬ ସକ୍ରିୟ ମାମଲା ରହିଛି ।ସେହିପରି ୩୨୯୫୮୦୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *