ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୪୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୬ ଜଣଙ୍କ ମୃତ୍ୟୁ ଘଟିଛି ।ଏବେ ଦେଶରେ ୧୪୨୮୨୬ ସକ୍ରିୟ ମାମଲା ରହିଛି । ସେହିପରି ସୁସ୍ଥ ସଂଖ୍ୟା ୯୮.୨୪% ରହିଛି । ଯାହିକି ୨୬୨ ଦିନରେ କମ୍ ବୋଲି କୁହାଯାଉଛି ।