ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ହଜାରରୁ ଅଧିକ କରୋନା ପଜିଟିଭ୍, ୪୭ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୭ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୮୦୬୯ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୩୭ ହଜାର ୭୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୧୫୮୫୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।