ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ୨୦ ହଜାର ତଳେ ନୂଆ ପଜିଟିଭ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୨୦ ହଜାର ତଳେ ରହିଛି। ଆଉ ୧୯ ହଜାର ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୩୦୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୬ ହଜାର ୧୧୧ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୫ ହଜାର ୧୧୬କୁ ବୃଦ୍ଧି ପାଇଛି। ୨,୯୨,୫୧୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୬,୩୬,୪୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।