ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ଯେଉଁ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଛି ସେମାନଙ୍କ ମଧ୍ୟରେ ଅଛନ୍ତି ବାଲେଶ୍ବରରୁ ଜଣେ, ଭଦ୍ରକରୁ ଜଣେ, ଭୁବନେଶ୍ବରରୁ ୨ ଜଣ, କଟକରୁ ଜଣେ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ଜଣେ, ନୟାଗଡ଼ରୁ ୩ ଜଣ ଓ ପୁରୀରୁ ୨ ଜଣ। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *