ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟସ୍’

ଭୁବନେଶ୍ବର, (ଓଡିଶା ଟାଇମ୍):ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି ମହାନିର୍ଦ୍ଦେଶକ କହିଛନ୍ତି  l

ୱେଲମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇ ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ। ୨୪ ତାରିଖରେ ଏହା ବାତ୍ୟାର ରୂପ ନେବାପରେ ‘ୟାସ୍’ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାପରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ। ୨୫ ତାରିଖରୁ ବାତ୍ୟାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବ।

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର. କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୬ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୨୬ ସକାଳେ ବାତ୍ୟା ‘ୟାସ୍’ ଉତ୍ତର ଉପକୂଳ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ନିକଟରେ ଥିବ। ଏପରିକି ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *