ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୨୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ କଟକ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ବର, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୫୩୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *