ବଢୁଛି କରୋନା ସଂକ୍ରମଣ; ଦେଶରେ ୫୨ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୦୯୨ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।
ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୭ ଲକ୍ଷ ୬୭ ହଜାର ୨୭୪ ରେ ପହଞ୍ଚିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨,୮୮୯ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୬୪,୫୩୧ ନୂଆ ଆକ୍ରାନ୍ତଙ୍କ ସହ ୧୦୯୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୭୬,୫୧୪ ରହିଛି।
ଏହା ବ୍ୟତୀତ ୨୦ ଲକ୍ଷ ୩୭ ହଜାର ୮୭୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି।