ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର
ଭୁବନେଶ୍ବର, (ଓଡିଶା ଟାଇମ୍): ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ଆଜି ସକାଳ ୮ଟା ସମୟରେ ଖୋଲିଛି । ମନ୍ଦିର ଖୋଲିଥିଲେ ମଧ୍ୟ ପର୍ଯ୍ୟଟକଙ୍କୁ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ପାଇଁ କରୋନା କଟକଣାକୁ ପାଳନ କରିବାକୁ ପଡ଼ୁଛି। ମିଳିଥିବା ସୂଚନା ଅନୁଯାୟୀ, ସକାଳ ୮ଟାରୁ ଅପହାହ୍ନ ୧ଟା ଭିତରେ ସର୍ବାଧିକ ୧୫୦୦ ଓ ଅପହାହ୍ନ ୧ଟାପରେ ମାତ୍ର ୧ ହଜାରଜଣ ପର୍ଯ୍ୟଟକଙ୍କୁ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ପାଇଁ ସୁଯୋଗ ମିଳିବ। ଏଥିଲାଗି ଅନଲାଇନ୍ ଟିକେଟର ବ୍ୟବସ୍ଥା କରାଯାଇଛି।
ତେବେ ମନ୍ଦିର ଭିତରକୁ ପ୍ରବେଶ ପାଇଁ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତ୍ବ ପାଳନ କରିବା ଉପରେ ଗୁରୁତ୍ବ ଦିଆଯିବ । କିଭଳି ପର୍ଯ୍ୟଟକମାନେ ଏହାକୁ ପାଳନ କରିବେ ତା ଉପରେ ବିଶେଷ ଧ୍ୟାନ ଦିଆଯିବ ।