ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତ ମାସ ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ୨ଟି ୱେବସାଇଡ ଓ ଏସଏମଏସରେ ପରୀକ୍ଷା ରେଜଲ୍ଡ ପ୍ରକାଶ ପାଇବ । ତେବେ ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏହା ସହ କରୋନା ଯୋଦ୍ଧା ଭାବେ ଶିକ୍ଷକଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ମନ୍ତ୍ରୀ ।
ଚଳିତ ବର୍ଷ ରାଜ୍ୟର ପ୍ରାୟ ୫ ଲକ୍ଷ ୬୦ ହଜାର ପରିକ୍ଷାର୍ଥୀ ୨୮, ୮୮ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ୬୦ ଟି କେନ୍ଦ୍ରରେ ମୂଲ୍ୟାୟନ ହୋଇଥିଲା। ଫେବୃଆରୀ ୧୯ ରୁ ମାର୍ଚ୍ଚ ୨ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୨୬ ମେ ରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ତେବେ ମାର୍ଚ୍ଚ ୧୯ ତାରିଖରେ ଗୋଟିଏ ଦିନ ପାଇଁ ମୂଲ୍ୟାୟନ ହୋଇଥିଲା, କିନ୍ତୁ କରୋନା ଜନିତ ଲକ୍ଡାଉନ୍ ହେବାରୁ ଏହାକୁ ସ୍ଥଗିତ କରାଯାଇଥିଲା । ସେହିପରି ମେ ୨୦ରେ ସ୍ଥିର ହୋଇଥିଲା ଖାତା ଦେଖା। ହେଲେ ଅମ୍ପନ ବାତ୍ୟା ପାଇଁ ଏହା ମେ ୨୧କୁ ପରିବର୍ତ୍ତନ କରାଯାଇଥିଲା। ତେବେ କିଛି ଅଂଚଳରେ ବାତ୍ୟା ପ୍ରଭାବି ହୋଇଥିବାରୁ, ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା। ପରେ ପର୍ଯ୍ୟାୟ କ୍ରମେ ଖାତା ଦେଖାସରିଥିଲା । ଶେଷରେ ସମସ୍ତ ଅପେକ୍ଷାର ଅନ୍ତ ଘଟିଛି । ଜୁଲାଇ ୨୯ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ମନ୍ତ୍ରୀ ଘୋଷଣା କରିଛନ୍ତି ।