ଅଗଷ୍ଟ ୧ ଯାଏଁ ରାଜ୍ୟରେ ଆଂଶିକ ଲକଡାଉନ୍ ଲାଗୁ , ଜାରି ରହିବ ନାଇଟ୍ କର୍ଫ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍ ଜରିଆରେ ନୂଆ ଗାଇଡଲାଇନ୍ ନେଇ ସୂଚନା ଦେଇଛନ୍ତି । ଅଗଷ୍ଟ ୧ ଯାଏଁ ରାଜ୍ୟରେ ଆଂଶିକ କୋଭିଡ୍ କଟକଣା ଲାଗୁ କରାଯାଇଛି । ଆସନ୍ତା ୨ ସପ୍ତାହ ଯାଏଁ ରାଜ୍ୟରେ ଆଂଶିକ ଲକଡାଉନ୍ ଲାଗୁ କରାଯାଇଛି । ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମ କଡାକଡି ଭାବେ ପାଳନ ହେବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
୧-କାଟେଗୋରୀ Aରେ ୨୦ ଓ Bରେ ୧୦ ଜିଲ୍ଲାରେ କଟକଣା ପୂର୍ବପରି ରହିବ
୨-କାଟେଗୋରୀ Aରେ ରାତି ୮ଟା ଯାଏ ଖୋଲିବ ଦୋକାନ ବଜାର
୩-କାଟେଗୋରୀ Aରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର
୪-କାଟେଗୋରୀ Bରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର
୫-କାଟେଗୋରୀ Bରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ
୬-କାଟେଗୋରୀ Bରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ
୭-ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ। କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ।
୮-ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ
୯-ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ
୧୦-ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ
ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି
୧୧-ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ଅନୁମତି
ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ
୧୨-ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ
୧୩-ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ
୧୪-ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ
୧୫-କାଟେଗୋରୀ B ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ