ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପ୍ରସଙ୍ଗ, ଆପତ୍ତି ଥିଲେ ଜିଲ୍ଲାପାଳଙ୍କୁ କରିହେବ ଅଭିଯୋଗ

ଭୁବନେଶ୍ବର, (ଓଡିଶା ଟାଇମ୍): ପଂଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଶୁକ୍ରବାର ପ୍ରକାଶ ପାଉଛି ସଂରକ୍ଷଣ ଚିଠା ତାଲିକା । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି ।  ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ  ଲାଗି ଏହି ଚିଠା ତାଲିକା ପ୍ରକାଶ ପାଉଛି। ତେବେ ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ୍ ଚେୟାରମ୍ୟାନ ପାଇଁ ଯଦି କିଏ ଚାହିଁବ ୧୬ ତାରିଖରେ ଆପତ୍ତି କରିପାରିବେ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ୨୧ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ଦ୍ବାରା ଆପତ୍ତି ଅଭିଯୋଗର ଶୁଣାଣି କରି ସମାଧାନ କରାଯିବ। ୨୬ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ।

ସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ । ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ବାରା ସମାଧାନ କରାଯିବ। ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ହେବ। ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ। ସଠିକ୍ ସମୟରେ ନିର୍ବାଚନ ହେବ।

Leave a Reply

Your email address will not be published. Required fields are marked *