ମାହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୪ ଅଟକ
କଟକ, (ଓଡିଶା ଟାଇମ୍) : ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାରେ ପୋଲିସ୍ ୪ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।
ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣ ଅଭିଯୁକ୍ତଙ୍କୁ କଟକ ଗ୍ରାମାଞ୍ଚଳ ପୋଲିସ୍ ଅଟକ ରଖିଥିବା ଜଣାପଡ଼ିଛି। ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପୋଲିସ ଜେରା କରୁଛି। ୪ ଅଭିଯୁକ୍ତ ଅଟକ ନେଇ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ସୂଚନା ମିଳିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଟିମ୍ର ଚଢ଼ାଉ ଜାରି ରହିଛି।
ଗତ ଦୁଇ ତାରିଖରେ ମାହାଙ୍ଗା ବ୍ଳକ୍ର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁରେ FIR ଓ ଅନ୍ୟ ଅଭିଯୁକ୍ତ କୁହାଯାଉଥିବା ବ୍ୟକ୍ତିଙ୍କ ସହ ବିଜେଡି ନେତାଙ୍କ ଫଟୋକୁ ନେଇ ରାଜନୀତି ଅଧିକ ତେଜିଛି।