ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ କରୋନା । କରୋନା ଆକ୍ରାନ୍ତ ନେଇ ସୋସିଆଲ ମିଡିଆରେ ରମେଶ ମାଝୀ ଜଣାଇଛନ୍ତି । ଏପରିକି ତାଙ୍କ ସଂଶ୍ପର୍ସରେ ଆସିଥିବା ବ୍ୟକ୍ତିଙ୍କୁ ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । ଗତକାଲି ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ । 

ଯାଏ ରାଜ୍ୟରେ ୧୭ ବିଧାୟକ ପଜିଟିଭ ଅଛନ୍ତି, ସେମାନଙ୍କ ମଧ୍ୟରେ ୩ ମନ୍ତ୍ରୀ ଅରୁଣ ସାହୁ, ସୁଶାନ୍ତ ସିଂ, ପଦ୍ମିନୀ ଦିଆନ ଅଛନ୍ତି । ଏବଂ ୩ ସାଂସଦ ମଧ୍ୟ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଛନ୍ତି । 

ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂହ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ। ଗତକାଲି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ବି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଛଡ଼ା ରାଜ୍ୟର ବହୁ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି ।

ସେହିପରି ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ବର ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବରୀ ବିଧାୟିକା ସୁନନ୍ଦା ଦାସ ଓ ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପ୍ରମୁଖ ସଂକ୍ରମିତ ହୋଇଛନ୍ତି । 

Leave a Reply

Your email address will not be published. Required fields are marked *