୨୪ ଘଣ୍ଟାରେ ବାହାରିଲେ ୪୦ହଜାରରୁ ଅଧିକ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବା ପରେ ପୁଣି ବଢିବାରେ ଲାଗିଛି । ଏବେ ୧ ଲକ୍ଷ ତଳକୁ ଖସିଛି ଟ୍ରେଣ୍ଡ । ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୧୭ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୦୦୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୬୧୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୯୫ହଜାର ୩୮୫ରେ ପହଞ୍ଚିଛି ।