୭୫ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଆଜି ଜନ୍ମଦିନ ପାଳନ କରିବେ ନାହିଁ । ତେଣୁ ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ ସହଯୋଗ କରିବା ସହ ରକ୍ତ ଦାନ, ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ୮ ମାସ ହେଲା କୋଭିଡ୍ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।