ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧

ଭୁବନେଶ୍ବର, (ଓଡିଶା ଟାଇମ୍): ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ । ଏହି ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ । ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବା ଉଚିତ। ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ । ଏବେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଲା ।

Leave a Reply

Your email address will not be published. Required fields are marked *