୨୪ ଘଣ୍ଟାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୧୭୧ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ବାଲେଶ୍ବର ଜିଲ୍ଲାର ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୬୫୦୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୃତକଙ୍କ ସଂଖ୍ୟା ୮୩୯୪ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୨୩୨୮୬୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *