ଆଉ ୭ ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ , ୨ ମାସରେ ସରିବ କାମ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ବହୁ ଜୀବନ ଅକାଳରେ ଝଡ଼ି ପଡ଼ିଲା। ଏବେ ପୁଣି ଘାରିଲାଣି ତୃତୀୟ ଲହର ଚିନ୍ତା। ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ରାଜ୍ୟ ସରକାର। ଅକ୍ସିଜେନ ଅଭାବରୁ ଯେପରି କେହି ମୃତାହତ ନ ହୁଅନ୍ତି ସେଥିନିମନ୍ତେ ରାଜ୍ୟରେ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାପନ କରାଯାଉଛି ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ।

ପୂର୍ବରୁ ୨୩ଟି ଜିଲ୍ଲାରେ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ  କରାଯାଇଥିବା ବେଳେ ଏବେ ଅବଶିଷ୍ଟ ୭ଟି ଜିଲ୍ଲାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରାଯାଇଛି।

ଏହି କ୍ରମରେ ରାଜ୍ୟର ସବୁ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ମହାମାରୀ ସମୟରେ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବା ଦ୍ୱାରା ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋମିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହ ଅନ୍ୟାନ୍ୟ ଜିଲ୍ଲାର ବିଭିନ୍ନ ହସ୍ପିଟାଲ୍‌ରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ଓ୍ୱାର୍ଡ ସହ ଟିକା ଭଣ୍ଡାର ଗୃହର ଉଦ୍‌ଘାଟନ ହୋଇଛି। ରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଜଣେ ବି କରୋନା ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ରାଜ୍ୟ ସରକାର କାର୍ଯ୍ୟ କରୁଛନ୍ତି ବୋଲି କହିଛନ୍ତି  ମୁଖ୍ୟମନ୍ତ୍ରୀ  ।ଏହାସହ ମୁଖ୍ୟମନ୍ତ୍ରୀ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *