ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ  ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏୟାରପୋର୍ଟ ରୁ ବାହାରି ବାୟୂ ସେନାର ସ୍ୱତନ୍ତ୍ର ହେଲିକାପ୍ଟରରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ବାହାରିଛନ୍ତି ପ୍ରଧାନମନ୍ତ୍ରୀ  । ତାଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି । ପରିଦର୍ଶନ ପରେ ସମୀକ୍ଷା କରିବେ ପ୍ରଧାନ ମନ୍ତ୍ରୀ ।

 

Leave a Reply

Your email address will not be published. Required fields are marked *