ଆସନ୍ତା 3 ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ଅନୁଗୋଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ଅନ୍ୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି ।

ବିଶେଷକରି ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିଦିନ କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହେବ। ଏହି ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୬ ତାରିଖରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *