ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ବୃଷ

କର୍ମକ୍ଷେତ୍ରରେ ନିଜ ଲୋକଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି । କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକ ପଡିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ

ସାମାଜିକ ସ୍ତରରେ ଦୀର୍ଘ ଦିନର ଶତ୍ରୁତା ବିବାଦିୟ ପରିସ୍ଥିତି ସୃଷ୍ଟି କରିପାରେ । ବନ୍ଧୁଙ୍କ ପରାମର୍ଶ କ୍ରମେ ଆନୁ ।ନିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

କର୍କଟ

ଆଜି ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସି ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ସିଂହ

ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ତଥା ପ୍ରତିଦ୍ୱନ୍ଦିତାରେ ସଫଳତା ହାସଲ କରିବେ । କେତେକ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା

ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଶ୍ରମ ସାର୍ଥକ ହେବ ।

ତୁଳା 

ପାରସ୍ପରିକ ମତଭେଦ କାରଣରୁ ପରିବାରରେ ଅଶାନ୍ତିଜନିତ ଦୁଃଖୀ ହୋଇପାରନ୍ତି । ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ବିଛା

ବହୁତ ଝଡଝଞ୍ଜା ମଧ୍ୟ ଦେଇ ହାତକୁ ନେଇଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ । ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ

ଆଜି ଆପଣଙ୍କୁ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ । ନୂତନ ଗୃହରାମ୍ଭ, ଜମିଜମା କାରବାର ସକାଶେ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ମକର

ଦୀର୍ଘ ଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ

ଶାରୀରିକ ସୁସ୍ଥତା ଓ ଆର୍ଥିକ ଅଭିବୃଦ୍ଧି ମାନସିକ ସୁସ୍ଥତାର କାରଣ ହେବ । ଆଜି ଦିନରେ ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରେ ସୁଫଳ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ମୀନ

କର୍ମକ୍ଷେତ୍ରରେ ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ । ପରିବାରରେ ଭୁଲ୍ ବୁଝାମଣାଜନିତ ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି

Leave a Reply

Your email address will not be published. Required fields are marked *