ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ୧୦କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି ।
ମୃତକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୩୧ଜଣ ଚିକିତ୍ସାଧୀନ ଥିବାବେଳେ ୨,୩୫୪ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।