ଭାରତକୁ ଆଉଏକ ପଦକ, ବ୍ରୋଞ୍ଜ ଜିତିଲେ ସିଂହରାଜ

ଟୋକିଓ, (ଓଡିଶା ଟାଇମ୍): ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ପାରା ଆଥଲେଟଙ୍କ ଜବରଦସ୍ତ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଭାରତକୁ ଶୁଟିଂରେ ବ୍ରୋଞ୍ଜ ପଦକ ଦେଇଛନ୍ତି ସିଂହରାଜ ଅଧାନା। ସିଂହରାଜ ପୁରୁଷ ୧୦ ମିଟର୍ ଏୟାର ପିସ୍ତଲ ଏସଏଫ୍-୧ ଇଭେଣ୍ଟରେ ଏହି ସଫଳତା ହାସଲ କରିଛନ୍ତି।

ଫାଇନାଲରେ ସିଂହରାଜ ୨୧୬.୮ ସ୍କୋର ସହ ତୃତୀୟ ସ୍ଥାନ ହାସଲ କରି ବ୍ରୋଞ୍ଜ ପଦକ ନିଜ ନାଁରେ କରିଛନ୍ତି। ଏଥିସହ ଶୁଟିଂରେ ଭାରତ ଦ୍ୱିତୀୟ ପଦକ ହାତେଇଛି। ତାଙ୍କ ପୂର୍ବରୁ ମହିଳା ୧୦ ମିଟର୍ ରାଇଫଲ୍ ଏସଏସ୍-୧ ଇଭେଣ୍ଟରେ ଅବନୀ ଲେଖନା ଭାରତ ଖାତାରେ ସ୍ୱର୍ଣ୍ଣ ପଦକ ଦେଇଥିଲେ।

Leave a Reply

Your email address will not be published. Required fields are marked *