ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ
ମୁମ୍ବାଇ, (ଓଡିଶା ଟାଇମ୍) :ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆଶ୍ବସ୍ତି । ଅର୍ଣ୍ଣବଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ତାଙ୍କ ସମେତ ଆଉ ୨ ଜଣଙ୍କୁ ମଧ୍ୟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ ।
ସୂଚନା ଅନୁସାରେ ୨୦୧୮ରେ ଇଣ୍ଟରିଅର ଡିଜାଇନର ଅନଭୟ ନାଏକ ଏବଂ ତାଙ୍କ ମାଙ୍କ ଆତ୍ମହତ୍ୟା ମାମଲାରେ ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ବାମୀଙ୍କୁ, ସେ ରହୁଥିବା ଘରୁ ଉଠାଇ ନେଇଥିଲା ମୁମ୍ବାଇ ପୋଲିସ ।
ପରେ ମୁମ୍ବାଇ ସେସନ କୋର୍ଟ ମାମଲାର ବିଚାର କରି ଅର୍ଣ୍ଣବଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଥିଲେ । ଗିରଫକୁ ବେଆଇନ ଦର୍ଶାଇ ମୁମ୍ବାଇ ସେସନ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ ସୁଦ୍ଧା ତାହା ଖାରଜ ହୋଇଯାଇଥିଲା । ଏହା ପରେ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅର୍ଣ୍ଣବ ଗୋସ୍ବାମୀ । ଆଜି ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ ।