ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଦେବଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଦେବଗଡ ତିଲେଇବଣୀ ବ୍ଲକର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ କୁମାର ବେହେରା ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼ ଜାରି ରହିଛି ।ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍‌ କରୁଛି ଭିଜିଲାନ୍ସ ।

ଖବର ଅନୁଯାୟୀ,  ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ବଳମ ଗାଁ ପୈତୃକ ବାସଭବନ, କଣ୍ଢଳ ଗାଁ ସ୍ଥିତ ଶ୍ବଶୁର ଘର, ତିଲେଇବଣୀ ବ୍ଲକ କାର୍ଯ୍ୟାଳୟରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଏବେ ଯାଏଁ କେତେ ପରିମାଣର ସଂପତି ଜବତ ହୋଇଛି । ସେନେଇ କିଛି ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *